ଆଜି ଅନୁଗୋଳ ଜିଲ୍ଲାରୁ ୦୯ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୨୦ରେ ପହଞ୍ଚିଲା

ଜେ ବି ଏନ, ୧୩/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : – ଆଜି ଅନୁଗୋଳ ଜିଲ୍ଲାରେ ୦୯ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୪ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୪ଜଣ ( ୧ଜଣ ପୁରୁଷ ଓ ୩ଜଣ ମହିଳା ) , ବଅଁରପାଳ ବ୍ଳକ୍ ଅଂଚଳରୁ ୧ଜଣ ( ୧ ଜଣ ମହିଳା ) , ଅନୁଗୋଳ ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ମହିଳା ) , ତାଳଚେର ପୌରାଞ୍ଚଳରୁ ୧ଜଣ ( ୧ଜଣ ମହିଳା ) , ପାଲଲହଡା ବ୍ଳକ୍ ଅଂଚଳରୁ ୧ଜଣ ( ୧ଜଣ ମହିଳା ) ଓ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ତାଳଚେର ବ୍ଳକ୍ , କଣିହାଁ ବ୍ଲକ୍ , ଆଠମଲ୍ଲିକ ବ୍ଲକ୍ , କିଶୋରନଗର ବ୍ଳକ୍ ଓ ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୫ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।



