ଆଜି ଅନୁଗୋଳ ଜିଲ୍ଲାରୁ ୦୮ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୩୩ ରେ ପହଞ୍ଚିଲା – ସୁସ୍ଥ ହେଲେ ୦୮ ଜଣ

ଜେ ବି ଏନ, ୧୬/୦୨ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ଅନୁଗୋଳ : – ଆଜି ଅନୁଗୋଳ ଜିଲ୍ଲାରେ ୦୮ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୩୫ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନଂକ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଂଚଳରୁ ୭ଜଣ ( ୩ ଜଣ ପୁରୁଷ ଓ ୪ଜଣ ମହିଳା ) ଓ ଅନୁଗୋଳ ବ୍ଳକରୁ ୧ଜଣ ( ୧ ଜଣ ମହିଳା ଅଛନ୍ତି । ଆଜି ଅନୁଗୋଳ ପୌରାଞ୍ଚଳ , ତାଳଚେର ବ୍ଲକ୍ , ବଅଁରପାଳ ବ୍ଳକ୍ , କଣିହାଁ ବ୍ଳକ୍ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ୍ , କିଶୋରନଗର ବ୍ଳକ୍ , ପାଲଲହଡା ବ୍ଳକ୍ ଓ ଆଠମଲ୍ଲିକ ବିଜ୍ଞାପିତ ଅଂଚଳ ପରିଷଦ ପ୍ରଭୃତି ୯ଟି ଅଂଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତମାନଂକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ବଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଂକୁ ନିଜ ଘରେ Isolation ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୮ ଜଣ ଯାକ ହୋମ Isolation ରେ ଥିବାର ଜଣାପଡିଛି ।



