ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଆସନ୍ତାକାଲି ଦିନ ସାଢ଼େ ୧୦ଟା ଯାଏ ଗୃହ ମୁଲତବୀ

ଜେ ବି ଏନ, ୧୮/୦୨ /୨୦୨୧, ଭୁବନେଶ୍ବର : ଆଜି ଗୃହରେ ବାରମ୍ବାର ବିରୋଧୀଙ୍କ ହଟ୍ଟଗୋଳ ଓ ଗୃହ କାର୍ଯ୍ୟ ଅଚଳାବସ୍ଥା ପାଇଁ ଆସନ୍ତାକାଲି ଦିନ ସାଢ଼େ ୧୦ଟା ଯାଏ ଗୃହ ମୁଲତବୀ ଘୋଷଣା ହୋଇଛି । ଆଜି ବିଜେପିର ସଦସ୍ୟ ବୃନ୍ଦ ଧାନ ମଣ୍ଡି ଅବ୍ୟବସ୍ଥାକୁ ନେଇ ଗୃହ ମଝିରେ ପ୍ରତିବାଦ କରିଥିଲେ । ଏପରିକି ବଜେଟ୍ ଅଧିବେଶନ ନେଇ ରାଜ୍ୟପାଳଙ୍କ ଧନ୍ୟବାଦ ଅଭିଭାଷଣ ଉପରେ ଆଲୋଚନା ଚାଲୁଥିବାବେଳେ ବିଜେପି ସଦସ୍ୟମାନେ ଗୃହ ମଧ୍ୟଭାଗକୁ ଆସି ହୋହଲ୍ଲା କରିଥିଲେ। ବାରମ୍ବାର ହଟ୍ଟଗୋଳ ଏବଂ ଗୃହରେ ନାରା ଦେଉଥିବା ଜାରି ରହିଥିବାବେଳେ ବାଚସ୍ପତି ଶ୍ରୀ ସୂର୍ଯ୍ୟ ନାରାୟଣ ପାତ୍ର ଗୃହକୁ ମୁଲତବୀ କରିଛନ୍ତି।



