
ଅନୁଗୋଳ ଜିଲ୍ଲାରୁ ୦୨ ଜଣ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୬ ଜଣ ଆକ୍ରାନ୍ତ
ପଜିଟିଭ ସଂଖ୍ୟା ୧୨୩୩୬ ରେ ପହଞ୍ଚିଲା
ସୁସ୍ଥ ହେଲେ ୬ ଜଣ ଆକ୍ରାନ୍ତ
ଜେ. ବି. ଏନ୍ (୨୦/୦୨/୨୦୨୧) ସୁଶୀଲ କୁମାର
ଅନୁଗୋଳ : ଅନୁଗୋଳ ଜିଲ୍ଲାରେ ୦୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତ ସଂଖ୍ୟା ୨୩୭ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କୁ ମଧ୍ୟରେ ଅନୁଗୋଳ ବ୍ଳକ ୧ଜଣ ( ୧ଜଣ ପୁରୁଷ ) , ବଅଁରପାଳ ବ୍ଳକ୍ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଆଜି ଅନୁଗୋଳ ପୌରାଞ୍ଚଳ , ଛେଣ୍ଡିପଦା ବ୍ଳକ , ତାଳଚେର ବ୍ଲକ୍ । କଣିହାଁ ବ୍ଳକ୍ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ୍ , କିଶୋରନଗର ବ୍ଳକ୍ , ପାଳଲହଡା ବ୍ଳକ୍ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୯ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିସ୍ବାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୬ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



