Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

କଂଗ୍ରେସ ଭବନରେ ୨ ଗୋଷ୍ଠୀ ମୁହାଁମୁହିଁ: ବୁଝାବୁଝି ପରେ ଥଣ୍ଡା ପଡ଼ିଛି ମାମଲା

 

ଜେ ବି ଏନ, ୨୬/୦୨ /୨୦୨୧, (ରିପୋର୍ଟ, ସୁଶାନ୍ତ କୁମାର ନାୟକ), ଭୁବନେଶ୍ବର : ରାଜ୍ୟରେ କଂଗ୍ରେସରେ ଗୋଷ୍ଠୀ କନ୍ଦଳ ବଢ଼ିଚାଲିଛି । ଗୁରୁବାର କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି । କଂଗ୍ରେସ ଭବନ ପରିସରରେ ହେବାକୁ ଥିବା ଓବିସି ସେଲ୍ ବୈଠକ ପୂର୍ବରୁ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି । ଗୋଟିଏ ଗୋଷ୍ଠୀ ଓବିସି ସେଲ୍ ଅଧ୍ୟକ୍ଷଙ୍କୁ ତାଲା ପକାଇଥିବା ଜଣାପଡ଼ିଛି । ଦଳ ବିରୋଧୀ କାମ ଅଭିଯୋଗରେ ବିଷ୍ଣୁ ବାରିକଙ୍କୁ ତାଲା ପକାଇଥିବା ଅନ୍ୟ ଏକ ଗୋଷ୍ଠୀ ପକ୍ଷରୁ ଅଭିଯୋଗ ହୋଇଛି ।

 

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଓ ବିଧାୟକ ସୁର କୁମାର ରାଉତରାୟ ଦୁଇ ଗୋଷ୍ଠୀଙ୍କୁ ବୁଝାସୁଝା କରିଥିଲେ । ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି । ସୂଚନା ଅନୁଯାୟୀ , ଗୁରୁବାର କଂଗ୍ରେସ ଭବନରେ ଓବିସି ସେଲ୍ ବୈଠକ ବସିବାର ଥିଲା । କିନ୍ତୁ କୌଣସି କାରଣ ଲାଗି ୨ ଗୋଷ୍ଠୀ ମଧ୍ୟରେ ହାତାହାତି ହୋଇଥିଲେ ।