ଅନୁଗୋଳ ଜିଲ୍ଲାରୁ୦୨ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୫୪ ରେ ପହଞ୍ଚିଲା

ଜେ. ବି. ଏନ୍ (୨୭/୦୨ /୨୦୨୧), ରିପୋର୍ଟ, ସୁଶୀଲ କୁମାର ଆଇଚ,
ଅନୁଗୋଳ , : ଆଜି ଅନୁଗୋଳ ଜିଲ୍ଲାରେ ୦୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦ ରେ ରହିଛି । ଅନୁଗୋଳ ଜିଲ୍ଲା ପୌରାଞ୍ଚଳ ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) ଓ ତାଳଚେର ବ୍ଲକ ଅଂଚଳରୁ ୧ଜଣ ( ୧ଜଣ ପୁରୁଷ ଅଛନ୍ତି । ଆଜି ଛେଣ୍ଡିପଦା ବ୍ଳକ , କଣିହାଁ ବ୍ଲକ , କିଶୋରନଗର ବ୍ଳକ , ବଅଁରପାଳ ବ୍ଳକ , ଅନୁଗୋଳ ବ୍ଳକ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୯ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି ।



