
ଅନୁଗୋଳ ଜିଲ୍ଲାରୁ ୦୧ ଜଣକରୋନା ପଜିଟିଭ ଚିହ୍ନଟ –
ପଜିଟିଭ ସଂଖ୍ୟା ୧୨୩୫୮ ରେ ପହଞ୍ଚିଲା
ସୁସ୍ଥ ହେଲେ ୦୨ ଜଣ ଆକ୍ରାନ୍ତ
(ଜେ. ବି. ଏନ୍ /ସୁଶିଲ କୁମାର) ୦୨/୦୩ /୨୦୨୧ ଅନୁଗୋଳ : ଅନୁଗୁଳ ଜିଲ୍ଲାରେ ୦୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ଆଜି ( ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ) କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ୨୪୦ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ କିଶୋରନଗର ବ୍ଲକ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) ଅଛନ୍ତି । ଆଜି ଅନୁଗୋଳ ବ୍ଲକ , ଛେଣ୍ଡିପଦା ବ୍ଳକ , କଣିହାଁ ବ୍ଲକ , ତାଳଚେର ବ୍ଳକ , ବଅଁରପାଳ ବ୍ଳକ , ଅନୁଗୋଳ ପୌରାଞ୍ଚଳ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଳକ , ପାଳଲହଡା ବ୍ଳକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୧୦ଟି ଅଞ୍ଚଳରୁ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ବଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୨ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



