ଅନୁଗୋଳ ଜିଲ୍ଲାରୁ୦୧ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୬୫ରେ ପହଞ୍ଚିଲା ସୁସ୍ଥ ହେଲେ ୦୫ ଜଣ

ଜେ. ବି. ଏନ୍ (୦୬/୦୩ /୨୦୨୧)
ଅନୁଗୋଳ: – ଆଜି ଅନୁଗୋଳ ଜିଲ୍ଲାରେ ୦୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୧ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ତାଳଚେର ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ ଜଣ ପୁରୁଷ ) ଅଛନ୍ତି । ଆଜି କିଶୋରନଗର ବ୍ଳକ , ଛେଣ୍ଡିପଦା ବ୍ଳକ , ବଅଁରପାଳ ବ୍ଳକ , ଅନୁଗୋଳ ବ୍ଳକ , କଣିହାଁ ବ୍ଲକ , ଅନୁଗୋଳ ପୌରାଞ୍ଚଳ , ତାଳଚେର ପୌରାଞ୍ଚଳ , ଆଠମଲ୍ଲିକ ବ୍ଲକ , ପାଳଲହଡା ବ୍ଲକ ଓ ଆଠମଲ୍ଲିକ ବିଜ୍ଞାପିତ ଅଞ୍ଚଳ ପରିଷଦ ପ୍ରଭୃତି ୧୦ଟି ଅଞ୍ଚଳ କୌଣସି ପଜିଟିଭ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୫ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



