ଅନୁଗୋଳ ଜିଲ୍ଲାରୁ୦୨ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୩୮୯ରେ ପହଞ୍ଚିଲା- ସୁସ୍ଥ ହେଲେ ୦୧ ଜଣ

ଜେ. ବି. ଏନ୍ (୦୯/୦୩ /୨୦୨୧), ରିପୋର୍ଟ, ସୁଶୀଲ କୁମାର ଆଇଚ, ଅନୁଗୋଳ : – ଆଜି ଅନୁଗୋଳ ଜିଲ୍ଲାରେ ୦୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୨ ରେ ପହଞ୍ଚିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ମହିଳା ) ଓ ଅନୁଗୋଳ ପୌରାଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି । ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିସ୍ବାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୧ ଜଣ ଯାକ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।



