Warning: Attempt to read property "post_excerpt" on null in /home/jagratbharatnews/public_html/wp-content/themes/newsup/inc/ansar/hooks/hook-index-main.php on line 116
Spread the love

ବାଲୁଗାଁ ପାଖ ଧୂଆଁଳ ଗ୍ରାମ ଛକ ନିକଟରେ ସଡ଼କ ଦୁର୍ଘଟଣା:ଜଣେ ମୃତ ଓ ଅନ୍ୟ ଜଣେ ଗୁରୁତର

ଜେ. ବି. ଏନ,୨୧/୦୩ /୨୦୨୧, (ରିପୋର୍ଟ, ରଂଜିତ କୁମାର ସାହୁ )ଖୋର୍ଦ୍ଧା :ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ଧୁଆଁଳ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ୨୬ ବର୍ଷୀୟ ଯୁବକଙ୍କ ପ୍ରାଣହାନୀ ଘଟିଛି।

 

ସୂଚନା ମୁତାବକ ଚିଲିକା ବ୍ଲକ ସୋରଣ ଗ୍ରାମର ସାଗର ସାହୁ ଆଜି ଅପରାହ୍ନରେ ବାଣପୁରରୁ ଏକ କାର୍ଯ୍ୟ ସାରି ବନ୍ଧୁଙ୍କ ସହ ଏକ ବାଇକ ଯୋଗେ ନିଜ ଗ୍ରାମକୁ ଫେରୁଥିଲେ। ତେବେ ପାଖାପାଖି ୫ ଘଟିକା ସମୟରେ ଧୂଆଁଳ ଛକ ନିକଟରେ ଏକ ଅଜଣା ସ୍କୋର୍ପିଓ ଗାଡି ସାଗରଙ୍କ ବାଇକର ପଛପଟୁ ଧକ୍କା ଦେଇଥିଲା। ଯଦ୍ୱାରା ସାଗର ବାଇକରୁ ଛିଟିକି ରୋଡ଼ରେ ପଡ଼ିଥିଲେ ଏବଂ ଏକ ସିମେଣ୍ଟ ଖୁଣ୍ଟିରେ ତାଙ୍କ ମସ୍ତିଷ୍କରେ ଗଭୀର ଆଘାତ ଲାଗିଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କ ପ୍ରାଣବାୟୁ ଉଡିଯାଇଥିଲା।

 

ଅନୁରୂପ ଭାବେ ବାଇକ ପଛରେ ବସିଥିବା ତାଙ୍କ ବନ୍ଧୁ ମଧ୍ୟ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଉଭୟଙ୍କୁ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ଜରିଆରେ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।

 

ତେବେ ଖବର ପାଇ ବାଲୁଗାଁ ପୋଲିସ ଦୁର୍ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଦେଇଛି।

You missed