ଆଜି ଅନୁଗୋଳ ଜିଲ୍ଲାରୁ ୦୬ ଜଣ କରୋନା ପଜିଟିଭ ଚିହ୍ନଟ
ପଜିଟିଭ ସଂଖ୍ୟା ୧୨୪୬୦ରେ ପହଞ୍ଚିଲା-ସୁସ୍ଥ ହେଲେ ୦୫ ଜଣ

………………………………..
ଜେ ବି ଏନ, ରିପୋର୍ଟ, ସୁଶୀଲ କୁମାର ଆଇଚ, ଅନୁଗୋଳ ୨୮/୩/୨୦୨୧- ଆଜି ଅନୁଗୋଳ ଜିଲ୍ଲାରେ ୦୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ବାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ ୦୩ଜଣ ଆକ୍ରାନ୍ତ ହୋଇ ଥିବାରୁ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୦ ରେ ପହଞ୍ଚିଛି। ଆକ୍ରାନ୍ତ ମାନଙ୍କ ମଧ୍ୟରେ ଅନୁଗୋଳ Municipality ଅଞ୍ଚଳରୁ ୦୨ ଜଣ ପୁରୁଷ, ଛେଣ୍ଡିପଦା ବ୍ଲକରୁ ୦୨ ଜଣ (୧ ଜଣ ପୁରୁଷ ଓ ୧ଜଣ ମହିଳା), ବଅଁରପାଳ ବ୍ଲକ ରୁ ୧ ଜଣ ପୁରୁଷ ଓ ପାଳଲହଡା ବ୍ଲକରୁ ୦୧ ଜଣ ପୁରୁଷ ଅଛନ୍ତି । ଲକ୍ଷଣ ଯୁକ୍ତ ଆକ୍ରାନ୍ତଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ଓ୍ବ।ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତରଣ କରାଯାଇଥିବା ବେଳେ ସ୍ୱଳ୍ପ ଲକ୍ଷଣ ଯୁକ୍ତ ଓ ଲକ୍ଷଣ ବିହୀନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେଶନରେ ରଖାଯାଇ ନିରୀକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୫ ଜଣ ହୋମ୍ ଆଇସୋଲେସନ୍ ରେ ଥିବାର ଜଣାପଡ଼ିଛି ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-16-scaled.jpg)