Spread the love

ରାଉରକେଲା : ବିଶ୍ୱର ସର୍ବବୃହତ ହକି ଷ୍ଟାଡିଅମ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ।। ୧୧୦୯ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ
ହକି ବିଶ୍ୱକପ ଜିତିଲେ ପ୍ରତି ଭାରତୀୟ ଖେଳାଳୀଙ୍କୁ ଏକ କୋଟି ଟଙ୍କା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରାଉରକେଲାରେ ଆଜି ବିଶ୍ୱର ସବୁଠାରୁ ବଡ ଷ୍ଟାଡିଅମ ବିରସା ମୁଣ୍ଡା ହକି ଷ୍ଟାଡିଅମ ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି। ଉଦଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଥିଲେଯେ ସାରା ଓଡିଶା ପାଇଁ ଆଜି ଆନନ୍ଦ , ଉତ୍ସବ ଏବଂ ଖୁସିର ଦିନ। ଏହି ଷ୍ଟାଡିଅମ ୧୨୦ କୋଟି ଟଙ୍କା ଖର୍ଚ୍ଚରେ ରେକର୍ଡ ପନ୍ଦର ମାସ ସମୟ ମଧ୍ୟରେ ନିର୍ମିତ ହୋଇଛି ।
ଏହି କାର୍ଯ୍ୟକ୍ରମରେ କ୍ରୀଡା ମନ୍ତ୍ରୀ ତୁଷାରକାନ୍ତ ବେହେରା ,ହକି ଇଣ୍ଡିଆର ସଭାପତି ଶ୍ରୀ ଦିଲୀପ ତିର୍କୀ , ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକ , 5T ସଚିବ ଭି କେ ପାଣ୍ଡିଆନ୍ ଓ ହକି ଇଣ୍ଡିଆ ର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।

ମୁଖ୍ୟମନ୍ତ୍ରୀ ଆଜି ରାଉରକେଲାରେ ପହଞ୍ଚିବା ପରେ ବିର୍ସା ମୁଣ୍ଡା ହକି ଷ୍ଟାଡିଅମ ପରିଦର୍ଶନ କରି ସେଠାରେ ଭାରତୀୟ ହକି ଟିମ୍‌ର ଖେଳାଳୀ ମାନଙ୍କ ସହିତ ବାର୍ତ୍ତାଳାପ କରିଥିଲେ। ଏହାପରେ ଅପରାହ୍ନରେ ମୁଖ୍ୟମନ୍ତ୍ରୀ ସୁନ୍ଦରଗଡ ମେଡିକାଲ କଲେଜ ଉଦ୍‌ଘାଟନ କରିବା ସହିତ ସୁନ୍ଦରଗଡ ପାଇଁ ଅନେକ ବିକାଶମୂଳକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ରାଉରକେଲା ସହରରେ ମୋ ବସ୍‌ ଚଳାଚଳର ଶୁଭାରମ୍ଭ ମଧ୍ୟ କରିଥିଲେ। ଡିଏଭି ପୋଖରୀ ସୌନ୍ଦର୍ଯ୍ୟକରଣ ଏବଂ ୱାଟର ପାର୍କ ର ଉଦଘାଟନ କରିଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବିରସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିଅମ ଉଦ୍‌ଘାଟନ କରିଥିଲେ।

5 thoughts on “ବିଶ୍ୱର ସର୍ବବୃହତ ହକି ଷ୍ଟାଡିଅମ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ।। ୧୧୦୯ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ”

Leave a Reply

Your email address will not be published. Required fields are marked *