Spread the love

ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଗିଡିଆ ଉଚ୍ଚ ବିଦ୍ୟାଳୟର ୭୫ବର୍ଷ ପୂର୍ତ୍ତି ତଥା ପ୍ଲାଟିନମ୍ ଜୁବୁଲି ଉତ୍ସବ ଅନୁଷ୍ଠିତ

ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବିଧାନସଭାର ଉପ-ବାଚସ୍ପତି ଶ୍ରୀଯୁକ୍ତ ରଜନୀକାନ୍ତ ସିଂହ ଯୋଗଦେଇଥିଲେ । ସମ୍ମାନିତ ଅତିଥି ଭାବେ ସରକାରୀ ମୁଖ୍ୟ ସଚେତକ ତଥା ଅନୁଗୋଳ ଜିଲ୍ଲା ପର୍ଯ୍ୟବେକ୍ଷକ ଓ ଜଗତସିଂହପୁର ର ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଶାନ୍ତ ମୁଦୁଲି, ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ, ମାନ୍ୟବର ବିଧାୟକ ଛେଣ୍ଡିପଦା ଶ୍ରୀଯୁକ୍ତ ସୁଶାନ୍ତ ବେହେରା, ମାନ୍ୟବର ବିଧାୟକ ପାଳଲହଡ଼ା ଶ୍ରୀମାନ ମୁକେଶ କୁମାର ପାଳ ଯୋଗଦେଇ ଛାତ୍ର,ଛାତ୍ରୀ ମାନଙ୍କ ଉତ୍ତମ ଭବିଷ୍ୟତ ନିମନ୍ତେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା ହିଙ୍ଗୁଳା ଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷକ,ଶିକ୍ଷୟତ୍ରୀ, ପୂର୍ବତନ ଓ ବର୍ତ୍ତମାନ ର ହଜାର ହଜାର ଛାତ୍ର,ଛାତ୍ରୀ ଙ୍କ ସମେତ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

You missed