ଝାରସୁଗୁଡା ଉପ ନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା କରିବା ପରେ ଶାସକ ଦଳ ଏବେ ପର୍ଯ୍ୟବେକ୍ଷକ ମଧ୍ୟ ନିଯୁକ୍ତ କରିଛି । ଦଳର ୩ ଜଣ ନେତାଙ୍କୁ ଝାରସୁଗୁଡା ଉପ ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି । ଦଳର ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଏହି ନିଯୁକ୍ତି କରାଯାଇଥିବା ଦଳ ତରଫରୁ ଅର୍ଡର ଜାରି କରି ସୂଚନା ଦିଆଯାଇଛି ।
ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ସହିତ ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକଙ୍କୁ ଝାରସୁଗୁଡା ଉପ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ।




