Spread the love

ନୂଆଦିଲ୍ଲୀ,୬।୪: ଦେଶର ଆର୍ଥିକ ସଶକ୍ତୀକରଣ ଏବଂ ନିଯୁକ୍ତି ସୁଯୋଗ ସୃଷ୍ଟିକୁ ଆଖି ଆଗରେ ରଖି ସରକାର ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାକୁ ଅଧିକ କ୍ରିୟାଶୀଳ କରାଇଛନ୍ତି। ଏପରିକି ଗତ ୭ ବର୍ଷ ମଧ୍ୟରେ ପ୍ରାୟ ୪୧,୦୦୦ (୪୦,୭୦୦) କୋଟି ଟଙ୍କାର ଋଣ ଅର୍ଥ ରାଶି ମଞ୍ଜୁର କରାଯାଇଛି। ସେହିଭଳି ଏହି ସମୟ ମଧ୍ୟରେ୧,୮୦,୬୩୦ କୋଟିରୁ ଅଧିକ ଆକାଉଣ୍ଟକୁ ଉକ୍ତ ଅର୍ଥରାଶି ପ୍ରଦାନ କରାଯାଇଛି।

ଅପରପକ୍ଷରେ ସରକାର ତୃଣମୂଳସ୍ତରରେ ଉଦ୍ୟମିତାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ୨୦୧୬ ଏପ୍ରିଲ ୫ରେ ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାର ଶୁଭାରମ୍ଭ କରିଥିଲେ।

ଏପରିକି ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନାର କାର୍ଯ୍ୟକାଳକୁ ୨୦୨୫ ପର୍ଯ୍ୟନ୍ତ ମଧ୍ୟ ବୃଦ୍ଧି କରାଯାଇଛି। ବିଶେଷକରି ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ମହିଳା ସମ୍ପ୍ରଦାୟର ଆକାଂକ୍ଷୀ ଉଦ୍ୟୋଗୀମାନେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଆଖି ଆଗରେ ରଖି ସେମାନଙ୍କ ସ୍ବପ୍ନକୁ ବାସ୍ତବତାରେ ପରିଣତ କରିବା ଲାଗି ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନା ଆରମ୍ଭ କରାଯାଇଥିଲା। ଉକ୍ତ ଯୋଜନା ମହିଳା ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗର ଲୋକମାନଙ୍କ ମଧ୍ୟରେ ଉଦ୍ୟମିତାକୁ ପ୍ରୋତ୍ସାହିତ କରିବା ସହିତ ସେମାନଙ୍କୁ ଉତ୍ପାଦନ, ସେବା କିମ୍ବା ବ୍ୟବସାୟିକ ଏବଂ କୃଷି ଆନୁଷଙ୍ଗିକ କାର୍ଯ୍ୟକଳାପ କ୍ଷେତ୍ରରେ ନୂଆ ଉଦ୍ୟୋଗ ପ୍ରତିଷ୍ଠାରେ ସହାୟକ ହୋଇଥାଏ।

ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କହିଥିଲେ, ବର୍ତ୍ତମାନ ସୁଦ୍ଧା ଉକ୍ତ ଯୋଜନାରେ ୧.୮ ଲକ୍ଷ ମହିଳା ଓ ଏସ୍‌ସି-ଏସ୍‌ଟି ଉଦ୍ୟୋଗୀଙ୍କୁ ୪୦,୬୦୦ କୋଟି ଟଙ୍କାର ଋଣ ମଞ୍ଜୁର କରାଯିବା ଆମ ପାଇଁ ଗର୍ବର ବିଷୟ। ଏପରିକି ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନାର ୭ ବର୍ଷ ପୂର୍ତ୍ତି ଅବସରରେ ଅର୍ଥମନ୍ତ୍ରୀ ଆହୁରି କହିଛନ୍ତି, ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନା ଏପରି ଏକ ଇକୋସିଷ୍ଟମ ସୃଷ୍ଟି କରିଛି ଯାହାକି ସବୁ ଅନୁସୂଚିତ ବାଣିଜି୍ୟକ ବ୍ୟାଙ୍କ ଜରିଆରେ ଋଣ ସହାୟତା ଯୋଗାଇଦେଇ ନୂଆ ଉଦ୍ୟୋଗ ପ୍ରତିଷ୍ଠା କରିବା ଲାଗି ଏକ ଅନୁକୂଳ ପରିବେଶ ସୃଷ୍ଟି କରିବ । ସେହିଭଳି ଏସ୍‌ସି-ଏସ୍‌ଟି ଓ ମହିଳାମାନଙ୍କ ମଧ୍ୟରେ ଉଦ୍ୟମିତାକୁ ପ୍ରୋତ୍ସାହନ ଦିଗରେ ଷ୍ଟାଣ୍ଡ ଅପ୍‌ ଇଣ୍ଡିଆ ଯୋଜନା ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ବୋଲି ସୀତାରାମନ ମତପ୍ରକାଶ କରିଛନ୍ତି।

ବିଶେଷକରି ଷ୍ଟାଣ୍ଡଅପ୍‌ ଇଣ୍ଡିଆ ଯୋଜନାରୁ ବଞ୍ଚିତ,ଅବହେଳିତ ବର୍ଗର ଉଦ୍ୟୋଗୀମାନଙ୍କୁ ବାଧାମୁକ୍ତ ଶସ୍ତା କ୍ରେଡିଟ୍‌ ସୁବିଧା ଯୋଗାଇଦେଇ ସଂଖ୍ୟାଧିକ ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରୁଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି। ଏହି ଯୋଜନା ଆକାଂକ୍ଷୀ ଉଦ୍ୟୋଗୀମାନଙ୍କୁ ସେମାନଙ୍କର ଉଦ୍ୟମଶୀଳତା କୌଶଳ ପ୍ରଦର୍ଶନ କରିବା ଓ ସମ୍ଭାବ୍ୟ ଉଦ୍ୟୋଗୀମାନଙ୍କ ଆର୍ଥିକ ବିକାଶକୁ ଆଗେଇନେବା ଏବଂ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲାଗି ଏକ ଦୃଢ ଇକୋସିଷ୍ଟମ ନିର୍ମାଣ କରିବାକୁ ପ୍ରୋତ୍ସାହନ ଦେଉଛି।

ସୋର୍ସ news

Leave a Reply

Your email address will not be published. Required fields are marked *

You missed