ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ
କରି ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ, ଅନୁଗୁଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ଲୋକାର୍ପିତ କରିଛନ୍ତି। ୩ୟ ପର୍ଯ୍ୟାୟରେ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ।
ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ମୋଟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ। ଏହି ଅବସରରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଡି ହୋଇଥିବା ଛାତ୍ରଛାତ୍ରୀଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଛାତ୍ରଛାତ୍ରୀ ମାନଙ୍କ ସଫଳତା ହେଉଛି ଓଡିଶାର ସଫଳତା।
୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସରକାରୀ ସ୍କୁଲର ପିଲାଙ୍କ ପାଇଁ କେବଳ ଉନ୍ନତ ଶିକ୍ଷା ବ୍ୟବସ୍ଥା କରିନାହାନ୍ତି, ଏହା ସହିତ ସେମାନଙ୍କ ପାଇଁ ମେଡିକାଲ ଓ ଇଂଜିନିଅରିଂ କଲେଜରେ ୧୫% ସଂରକ୍ଷଣ ବ୍ୟବସ୍ଥା ମଧ୍ୟ କରିଛନ୍ତି। ଆଗାମୀ ୬ମାସରେ ସବୁ ସ୍କୁଲ ରୂପାନ୍ତରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।





