Spread the love

ପଡୋଶୀ ରାଜ୍ୟ ବିହାର ର ଭବନ ପାଇଁ ପୁରୀରେ ଜାଗା ଯୋଗାଇବେ ରାଜ୍ୟ ସରକାର

ବିହାରର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ। ପରେ ସାମ୍ବାଦିକମାନଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ପୁରୀରେ ବିହାର ଭବନ ପାଇଁ ଓଡିଶା ସରକାର ବିହାର ସରକାରଙ୍କୁ ଦେଢ ଏକର ଜମି ମାଗଣାରେ ଯୋଗାଇଦେବେ। ଶ୍ରୀଜଗନ୍ନାଥ ଧାମ ପୁରୀକୁ ଆସୁଥିବା ବିହାରର ଲୋକମାନଙ୍କ ରହଣି ସୁବିଧା ପାଇଁ ବିହାର ସରକାର ବିହାର ଭବନ ନିର୍ମାଣ ପାଇଁ ଇଚ୍ଛା ପ୍ରକାଶ କରିଥିଲେ। ଏହି ଘୋଷଣା ପାଇଁ ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଥିଲେ।

Leave a Reply

Your email address will not be published. Required fields are marked *