ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ଫଳ। କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଫଳ ଘୋଷଣା କରିଛନ୍ତି। ଏଥର ପାସ୍ ହାର ୯୬.୪% ରହିଛି।
ଛାତ୍ରଙ୍କ ଅପେକ୍ଷା ଛାତ୍ରୀଙ୍କ ପାସ୍ ହାର ଅଧିକ ରହିଛି। ଛାତ୍ରୀଙ୍କ ପାସ୍ ହାର ୯୭.୦୫% ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୯୫.୭୫% ରହିଛି।୨ଲକ୍ଷ ୫୭ ହଜାର ୧୦୬ ଜଣ ଛାତ୍ରୀ ପାସ୍ କରିଥିବା ବେଳେ ୨ ଲକ୍ଷ ୫୧ ହଜାର ୨୯୮ ଜଣ ଛାତ୍ର ପାସ୍ କରିଛନ୍ତି।
୯୦%ରୁ ଅଧିକ ନମ୍ବର ରଖିଥିବା ଝିଅଙ୍କ ସଂଖ୍ୟା ୨,୨୫୪ ରହିଥିବା ବେଳେ ୯୦%ରୁ ଅଧିକ ନମ୍ବର ରଖିଥିବା ପୁଅଙ୍କ ସଂଖ୍ୟା ୧,୯୦୪ ରହିଛି।
୩,୨୨୨ଟି ସ୍କୁଲରେ ଶତପ୍ରତିଶତ ପିଲା ପାସ କରିଛନ୍ତି। କଟକ ଓ ଜଗତସିଂହପୁର ଜିଲ୍ଲାରେ ପାସ୍ହାର ସର୍ବାଧିକ ୯୭.୯୯% ରହିଛି।
ମାଲକାନଗିରି ଜିଲ୍ଲାରେ ସବୁଠାରୁ କମ୍ ରେଜଲ୍ଟ ହୋଇଛି। ଏଠାରେ ପାସ୍ ହାର ୯୨.୬୩ % ରହିଛି।
ସୋର୍ସ news





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-16-scaled.jpg)