
ଓଡ଼ିଶାରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜେ ପି ନଡ୍ଡା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଗୁରୁବାର ଓଡ଼ିଶାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି । ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ଦଳୀୟ ଜିଲ୍ଲା କାର୍ଯ୍ୟାଳୟ ଅଭିମୁଖେ ଯାଇଥିଲେ ।
ସେଠାରେ ବରଗଡ ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରି ଫେରିଥିଲେ ।
ଆଜି ଶ୍ରୀ ନଡ୍ଡା ଭବାନୀପାଟଣାରେ ମାଆ ମାଣିକେଶ୍ୱରୀଙ୍କ ଦର୍ଶନ କରିବେ । ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠିତ ମହା ଜନସଂପର୍କ ସମାବେଶରେ ଯୋଗଦେବେ। ଆଗକୁ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଗୁରୁମନ୍ତ୍ର ପ୍ରଦାନ କରିବେ ଶ୍ରୀ ନଡ୍ଡା ବୋଲି ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଛି।
ଏହି ଅବସରରେ ଶ୍ରୀ ନଡ୍ଡା ଝାରସୁଗୁଡାରେ ବିଜେପିର ନୂତନ କାର୍ଯ୍ୟାଳୟ ର ଶୁଭ ଉଦ୍ଘାଟନ କରିଥିଲେ।





