
ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧ ଦିବସ-୨୦୨୩
ଆଜି ସୋମବାର ପୂର୍ବାହ୍ନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ଅପବ୍ୟବହାର ଓ ଅବୈଧ ଚାଲାଣ ବିରୋଧ ଦିବସ-୨୦୨୩ ନିମନ୍ତେ ଏକ ସଚେତନତା ରାଲିର ଆୟୋଜନ କରଯାଇଥିଲା। ଏହି ସଚେତନତା ରାଲି ଜିଲ୍ଲା କାର୍ଯ୍ୟାଳୟରୁ ବାହାରି ସହର ପରିକ୍ରମା କରିଥିଲା । ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ରଜନୀକାନ୍ତ ସ୍ବାଇଁ ପତାକା ଦେଖାଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡା. ତ୍ରିଲୋଚନ ପ୍ରଧାନ,ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ନିରଞ୍ଜନ ସାହୁ, ଅବକାରୀ ଅଧିକ୍ଷକ ମଧୁସ୍ମିତା ନାୟକ ଉପସ୍ଥିତ ଥିଲେ । ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ନିମନ୍ତେ ଏକ ସଚେତନତା ରଥ ସହର ପରିକ୍ରମା କରିଥିଲା । ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଏକ ସଚେତନତା ରାଲି ଓ ଶପଥ ପାଠ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ କରିଥିଲେ । ଜିଲ୍ଲାର ବିଭିନ୍ନ ଅନୁଷ୍ଠାନ ଓ ବିଦ୍ୟାଳୟ ଗୁଡିକରେ ମଧ୍ୟ ଶପଥ ଗ୍ରହଣ କରଯାଇଥିଲା । ଜିଲ୍ଲା ଅବକାରୀ ବିଭାଗର ବିଭିନ୍ନ ଅଧିକାରୀମାନେ ମୋଟର ସାଇକେଲ ରାଲିରେ ସହର ପରିକ୍ରମା କରିଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ନାରାୟଣ ମହାପାତ୍ର ଏବଂ ସାମାଜିକ ସୁରକ୍ଷା ବିଭାଗର କର୍ମଚାରୀ ଓ ସ୍ଵେଚ୍ଛାସେବୀ ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।





