ବିଭିନ୍ନ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମନମୁଖୀ କାର୍ଯ୍ୟ କଳାପ ବିରୋଧରେ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକରେ ଥିବା ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ବିଭିନ୍ନ ଦାବିନେଇ ସୋମବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଏପରିକି ଛାତ୍ରୀଛାତ୍ରମାନେ ବିଦ୍ୟାଳୟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଥିଲେ। ଛାତ୍ରୀଛାତ୍ର ମାନେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ମନମୁଖୀ କାର୍ଯ୍ୟକଳାପ ବିରୋଧରେ ନାରାବାଜି କରିଥିଲେ। ଏପରିକି ପ୍ରଧାନ ଶିକ୍ଷୟିତ୍ରୀ ଛାତ୍ରୀଛାତ୍ରଙ୍କ ଶିକ୍ଷା ବ୍ୟବସ୍ଥାକୁ ଜାଣିଶୁଣି ନଷ୍ଟ କରୁଥିବା ଅଭିଯୋଗ କରିଛନ୍ତି। ଛାତ୍ରୀଛାତ୍ର ଙ୍କ ପାଇଁ ସରକାର ଦେଉଥିବା ଅନୁଦାନକୁ ଚଞ୍ଚକତା କରି ହରି ଲୁଟ କରାଯାଉଥିବା ଛାତ୍ରୀଛାତ୍ରମାନେ ପ୍ରକାଶ କରିଛନ୍ତି। ଏଥିରେ କିଏ ମୁହଁ ଖୋଲିଲେ ଛାତ୍ରୀଛାତ୍ରଙ୍କ ପାଠ ପଢାରେ ବାଧା ସୃଷ୍ଟି କରାଯାଉଛି। ଏପରିକି ବିଦ୍ୟାଳୟର କିଛି ଶିକ୍ଷୟିତ୍ରୀ ଶିକ୍ଷକଙ୍କ ଦରମା ୩ ମାସ ହେଲା ଦିଆଯାଉ ନ ଥିବା ଅଭିଯୋଗ ହୋଇଛି। ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ବିକ୍ଷୋଭ କରାଯାଉଥିବା ଶୁଣି ସ୍ଥାନୀୟ ବିଡ଼ିଓ ଗଦାଧର ପାତ୍ର, ତହସିଲଦାର ଶରତ ଶବର, ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ବୁରୁ ପଡ୍ରା, ଗୋଷ୍ଠୀ ଶିକ୍ଷା ଅଧିକାରୀ ରସାନନ୍ଦ କର ପ୍ରମୁଖ ଘଟଣା ସ୍ଥଳରେ ପହଞ୍ଚି ଛାତ୍ରୀଛାତ୍ରଙ୍କୁ ବୁଝାଶୁଝା କରି ତୁରନ୍ତ ସମସ୍ୟାର ସମାଧାନ କରିବାକୁ ପ୍ରତିଶ୍ରୁତି ଦେବାରୁ ଦୀର୍ଘ ୪ଘଣ୍ଟାର ଆନ୍ଦୋଳନ ବନ୍ଦ କରି ଶ୍ରେଣୀ ଗୃହରେ ପାଠ ପଢିଥିଲେ। ହେଲେ ତୁରନ୍ତ ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ହେବ ବୋଲି ଛାତ୍ରୀଛାତ୍ରମାନେ ଚେତାବନୀ ଦେଇଛନ୍ତି। ଏନେଇ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଝୁନୁରାଣୀ ପ୍ରଧାନଙ୍କ ସହ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ସେ କୌଣସି ପ୍ରକାରେ ଉତ୍ତର ଦେଇ ନ ଥିଲେ।






![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)
