ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ବିଷୟରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର (୧୮.୦୭.୨୦୨୩)
କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ୟକାରୀ ହୋଇଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ୟର ୮୭୧୭ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକାର ପାଇବେ।
ସୂଚନାଯୋଗ୍ୟ ଯେ, ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ୟରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)


