(-ଜଗତସିଂହପୁର ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ସ୍ତରୀୟ ୭୭ ତମ ସ୍ୱାଧୀନତା ଦିବସ ପାଳିତ )
ଜଗତସିଂହପୁର
ତା =15/8/23
ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ନବକୃଷ୍ଟ ଚୌଧୁରୀ ଷ୍ଟାଡିୟମ ପରିସରରେ ୭୭ ତମ ଜ଼ିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି |ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ଟୁକୁନି ସାହୁ ଅନୁଷ୍ଠାନିକ ଭାବେ ଯୋଗ ଦେଇ ସହର ର ବିଭିନ୍ନ ପ୍ରାନ୍ତରେ ଥିବା ମହାପୁରୁଷ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ସାରିବା ପରେ ଜ଼ିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସରେ ପତାକା ଉତ୍ତୋଳନ କରି ସମ୍ମିଳିତ ପ୍ୟାରେଡ ରେ ଅଭିବାଦନ ଗ୍ରହଣ କରିଥିଲେ।ସ୍ୱାଧୀନତା ଆନ୍ଦୋଳନ ରେ ବୀର ଯବାନ ଙ୍କ ତ୍ୟାଗ ଓ ବଳିଦାନ ଅତୁଳନୀୟ ବୋଲି ମୁଖ୍ୟ ଅତିଥି ମତବ୍ୟକ୍ତ କରିଥିଲେ |ଜ଼ିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସରେ 28ଟି ଦଳ ଭାଗ ନେଇଥିଲେ | ବିଭିନ୍ନ ବିଭାଗ ପକ୍ଷରୁ ପ୍ରଜ୍ଞାପନ ମେଢ଼ ର ଆୟୋଜନ କରାଯାଇଥିଲା |ସ୍ୱାଧୀନତା ଦିବସ ଉପଲକ୍ଷେ ଜ଼ିଲ୍ଲା ସ୍ତରୀୟ କୁଇଜ, ବକ୍ତୃତା କାର୍ଯ୍ୟକ୍ରମ ରେ କୃତି ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ |ଏହା ପରେ ଜ଼ିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଆଳିପିଙ୍ଗଳ ଉପ କାରାଗାର ରେ କଇଦି ମାନଙ୍କୁ ଫଳ ଏବଂ ମିଷ୍ଟାନ ବଣ୍ଟନ କରାଯାଇଥିଲା | ମୁଖ୍ୟ ଅତିଥି ଙ୍କ ସହିତ ଜିଲ୍ଲାପାଳ ପାରୁଲ ପଟୱାରୀ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରାହୁଲ ପିଆର, ବିଧାୟକ ପ୍ରଶାନ୍ତ ମୁଦୁଲି ଓ ଜିଲ୍ଲାର ସମସ୍ତ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତଥିଲେ |
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ




