ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟର ରାତ୍ର ଜଗୁଆଳି ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ତହସିଲ କାର୍ଯ୍ୟାଳୟରେ ରାତ୍ର ଜଗୁଆଳି ଭାବରେ କାର୍ଯ୍ୟରତ ଅଜୟ କୁମାର ମଲ୍ଲିକଙ୍କୁ ଭିଜିଲାନ୍ସ କାବୁ କରିବାରେ ସଫଳ ହୋଇଛି । ତେବେ ସୂଚନା ମୁତାବକ ସମ୍ପୃକ୍ତ ରାତ୍ର ଜଗୁଆଳି ଜଣକ ଫିରିଙ୍ଗିଆ ତହସିଲ ଅନ୍ତର୍ଗତ ପଳାବୃଡି ପଞ୍ଚାୟତ ଅଧୀନରେ ଥିବା ଆପାବିରୁ ଗାଁର ବିଜୁ କହଁର ନାମକ ଜଣେ ବ୍ୟକ୍ତିଙ୍କ ପାଖରୁ ମିଉଟେସନ ଓ ପଟ୍ଟା କରିବା ନାଁରେ ଆଠ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି l ଅନ୍ୟପଟେ ସମ୍ପୃକ୍ତ ରାତ୍ର ଜଗୁଆଳିଙ୍କ ନାଁରେ ଅନେକ ଦିନ ଧରି ଅଭିଯୋଗ ହୋଇଆସୁଥିବା ବେଳେ ଆପାବୀରୁ ଗାଁର ଏହି ବ୍ୟକ୍ତି ଙ୍କ ପାଖରୁ ପଟ୍ଟା କରିଦେବା ନାଁରେ ଆଗରୁ ମଧ୍ୟ ୩୫ ହଜାର ଟଙ୍କା ନେଇ ସାରିଥିବା ବେଳେ ପରେ ଆଉ ଆଠ ହଜାର ଟଙ୍କା ପରେ ଦେବ ବୋଲି କହିଥିଲେ । ଏହାକୁ ନେଇ ସମ୍ପୃକ୍ତ ବ୍ୟକ୍ତି ଜଣକ ଭିଜିଲାନ୍ସର ଦ୍ୱାରସ୍ତ ହୋଇଥିଲେ । ତେବେ ବୁଧବାର ସମ୍ପୃକ୍ତ ରାତ୍ର ଜଗୁଆଳିଙ୍କୁ ଧରିବା ପାଇଁ ଭିଜିଲାନ୍ସ ଜାଲ ବିଛାଇ ଥିଲା ଓ ପୂର୍ବ ପ୍ରସ୍ତୁତି କ୍ରମେ ସମ୍ପୃକ୍ତ ବ୍ୟକ୍ତି ଜଣକ ରାତ୍ର ଜଗୁଆଳିଙ୍କୁ ତହସିଲ କାର୍ଯ୍ୟାଳୟ ବାହାରେ ବକେୟା ଆଠ ହଜାର ଟଙ୍କା ଦେଉଥିବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା। ଭିଜିଲାନ୍ସ ଡ଼ିଏସପି ହେମନ୍ତ କୁମାର ମହାନ୍ତି ଏବଂ ସୁରେଶ କୁମାର କହଁରଙ୍କ ନେତୃତ୍ୱରେ ଏହି ଚଢ଼ାଉ ହୋଇ ଥିବା ବେଳେ ଟିମ ଭିଜିଲାନ୍ସ ବିଭାଗର ଅନ୍ୟାନ୍ୟ କର୍ମଚାରୀମାନେ ମଧ୍ୟ ସାମିଲ ଥିଲେ ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_10-39-40-136-scaled.jpg)


