କେନ୍ଦୁଝର ଜିଲ୍ଲା ଯୁବ କଂଗ୍ରେସ ର ସମ୍ବର୍ଦ୍ଧନା ସଭା
ଆଜି କେନ୍ଦୁଝର କଂଗ୍ରେସ ଭବନ ଠାରେ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି । ନବ ନିର୍ବାଚିତ ଜିଲ୍ଲା ଯୁବ କଂଗ୍ରେସ ସଭାପତି ସୁନେସ ଧୀର ଏବଂ ତାଙ୍କର ସମ୍ପୂର୍ଣ୍ଣ ଟିମ କୁ ଆଜି କଂଗ୍ରେସ ଜିଲା କାର୍ଯ୍ୟାଳୟ ରେ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସୁଭମ ରାଜଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନା, ସାଧାରଣ ସମ୍ପାଦକ ଆଲୋକ ମିଶ୍ର, ସମ୍ପାଦକ ସଂଗ୍ରାମ ଦାସ, ଜିଲ୍ଲା ସଭାପତି ମୋହନ ପରିଡା, ପୂର୍ବତନ ବିଧାୟକ ହୃଷୀକେଶ ନାଏକ, ନାରୀ ନେତ୍ରୀ ସଂଗୀତା ସିଂ, ବିନୋଦ ବିହାରୀ ନାଏକ, ମୋହନ ହେମ୍ବ୍ରମ, ଯଦୁମଣି ବାରିକ ପ୍ରମୁଖ ଉପସ୍ଥିତ ରହି ସମ୍ବର୍ଦ୍ଧନା ଜଣାଇବା ସହିତ ଆଗାମୀ ଦିନରେ କଂଗ୍ରେସ ର ସଙ୍ଗଠନକୁ ତୃଣମୂଳ ସ୍ତରରେ ସୁଦୃଢ କରିବା ପାଇଁ ଆହ୍ୱାନ ଦେଇଥିଲେ ।
ପରବର୍ତ୍ତୀ ସମୟରେ କାର୍ଯ୍ୟକର୍ତା ମାନେ ଏକ ରାଲି ମାଧ୍ୟମରେ ସହର ପରିକ୍ରମା କରିଥିଲେ ।
କେନ୍ଦୁଝର ଜିଲ୍ଲାରୁ ରଞ୍ଜନ ବେହେରାଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ୍




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-14-scaled.jpg)