ଗୀତା ମେହେଟ୍ଟା ଙ୍କ ପରଲୋକ -ଭଉଣୀ ଗୀତା ମେହେଟ୍ଟାଙ୍କୁ ହରାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶେଷ ଦର୍ଶନ ପାଇଁ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ। ବିଭିନ୍ନ ମହଲରୁ ମୁଖ୍ୟମନ୍ତ୍ରୀଙ୍କୁ ସମବେଦନା ଜଣାଇଛନ୍ତି।
୧୯୪୩ ମସିହାରେ ନୂଆଦିଲ୍ଲୀରେ ଜନ୍ମିତ ଗୀତା ହେଉଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ଜ୍ଞାନ ପଟ୍ଟନାୟକଙ୍କର ଏକମାତ୍ର କନ୍ୟା। ସେ ଦେଶର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପାଠ ପଢ଼ିବା ପରେ ବ୍ରିଟେନର କେମ୍ବ୍ରିଜ୍ ବିଶ୍ୱବିଦ୍ୟାଳୟରେ ଉଚ୍ଚଶିକ୍ଷା ହାସଲ କରିଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବହୁ ବିଶିଷ୍ଟ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି କହିଛନ୍ତି, ବହୁମୁଖୀ ପ୍ରତିଭାର ଅଧିକାରିଣୀ ଥିଲେ ଗୀତା ମେହେଟ୍ଟା । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୋଦି।
ଗୀତା ମେହେଟ୍ଟା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ ଓ ସ୍ବର୍ଗତ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଝିଅ। ପୂର୍ବରୁ ଗୀତା ମେହେଟ୍ଟା ଙ୍କ ସ୍ଵାମୀଙ୍କ ପରଲୋକ ହୋଇ ସାରିଛି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


