ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ଓଡିଶାର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ପବିତ୍ରମୋହନଙ୍କ ନାମରେ ନାମିତ ତାଳଚେର ସ୍ଥିତ “ପବିତ୍ର ମୋହନ ପ୍ରଧାନ ମେଡିକାଲ କଲେଜ ଓ ହସ୍ପିଟାଲ” ଶୀଘ୍ର କାର୍ଯ୍ୟକ୍ଷମ ହେବା ସମ୍ପର୍କରେ ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।
ମହାନଦୀ କୋଲ୍ ଫିଲ୍ଡସ୍ ଲିମିଟେଡ୍ (ଏମସିଏଲ୍ ) ସହଯୋଗରେ ଯଥାଶୀଘ୍ର ଏହି ଡାକ୍ତରଖାନା କାର୍ଯ୍ୟକ୍ଷମ କରାଯିବାକୁ ବୈଠକରେ ନିଷ୍ପତ୍ତି ହୋଇଛି। ଏଥିପାଇଁ ସମସ୍ତ ଆନୁଷଙ୍ଗିକ ପ୍ରସ୍ତୁତି ଓ ସହଯୋଗ ପାଇଁ ମୁଖ୍ୟ ଶାସନ ସଚିବ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


