ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଜନନାୟକ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଜ଼ିଲ୍ଲା କଂଗ୍ରେସ ପକ୍ଷରୁ ପାଳିତ ହୋଇଯାଇଛି | ଏହି ଅବସରରେ ଜଗତସିଂହପୁର ଡ଼ାକବଙ୍ଗଳା ଛକ ଠାରେ ଥିବା ଜାନକୀ ବଲ୍ଲଭ ପଟ୍ଟନାୟକ ଙ୍କ ପ୍ରତିମୂର୍ତ୍ତୀରେ
ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକଙ୍କ ଅଧ୍ୟକ୍ଷତାରେ ପ୍ରଦେଶ କଂଗ୍ରେସ ସମ୍ପାଦକ ବିପ୍ଳବ ଚୌଧୁରୀ, ନଗର କଂଗ୍ରେସ ସଭାପତି ଅଭୟ କୁମାର ମହାନ୍ତି, ବ୍ଲକ କଂଗ୍ରେସ ସଭାପତି ମାନସ କୁମାର ରଥ, ଜିଲ୍ଲା କଂଗ୍ରେସ ସଂଖ୍ୟାଲଘୁ ବିଭାଗ ଅଧ୍ୟକ୍ଷ ଇମତିୟାଜ ଅହମ୍ମଦ ଖାନ, ଜିଲ୍ଲା କଂଗ୍ରେସ ସାଧାରଣ ସମ୍ପାଦକ ଅବନୀକାନ୍ତ ମହାରଣା,ସମିତି ସଭ୍ୟ ହିମାଂଶୁ ପରିଡ଼ା, ବିଧାନସଭା ଯୁବ କଂଗ୍ରେସ ଉପ ସଭାପତି ସୁବ୍ରତ ପଣ୍ଡା ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଜଗତସିଂହପୁର ରୁ ଜ୍ୟୋତି ରଞ୍ଜନ ପରିଡା ଙ୍କ ରିପୋର୍ଟ

July 3, 2026/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-07-03_21-27-18-795-scaled.jpg)

