Spread the love

ଓଡିଶା ସରକାର ଯେତେ ବିପର୍ଯ୍ୟୟ ଆସିଲେ ମଧ୍ୟ ତାକୁ ମୁକାବିଲା କରିବା ପାଇଁ ସକ୍ଷମ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱର ଠାରେ ଆୟୋଜିତ ଓଡିଶା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଏବଂ ଜାତୀୟ ବିପର୍ଯ୍ୟୟ ହ୍ରାସ ଦିବସ ଅବସରରେ କହିଛନ୍ତି।ପ୍ରାକୃତିକ ବିପର୍ଯ୍ୟୟରୁ ଆମକୁ ବହୁତ ଶିକ୍ଷା ମିଳିଛି। ନୂଆ କାମ କରିବା ପାଇଁ ନୂଆ ଚିନ୍ତାଧାରା ମିଳିଛି। ଆଗକୁ ପ୍ରତି ଗାଁରେ ଗୋଟେ ଲେଖାଏଁ Response Team ଗଠନ କରାଯିବ। ରାଜ୍ୟରେ ଥିବା ୮୪୪ଟି ବାତ୍ୟା / ବନ୍ୟା ଆଶ୍ରୟସ୍ଥଳୀର ଢାଞ୍ଚାକୁ ପରିବର୍ତ୍ତନ କରାଯିବ। ଏହାକୁ ସ୍କୁଲ ତଥା ଆଶ୍ରୟସ୍ଥଳୀରେ ପରିଣତ କରାଯିବ। ରାଜ୍ୟରେ ଗୋଟିଏ ଅତ୍ୟାଧୁନିକ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କେନ୍ଦ୍ର ନିର୍ମାଣ ହେବ। ରାଜ୍ୟର ସମୁଦ୍ରତଟବର୍ତ୍ତୀ ୪୮୦ କିଲୋମିଟର ଅଞ୍ଚଳରେ ପର୍ଯ୍ୟାପ୍ତ ପରିମାଣର ହେନ୍ତାଳବନ ସୃଷ୍ଟି କରାଯିବ।ରାଜ୍ୟରେ ଥିବା ୨୦ଟି ODRAFକୁ ବୃଦ୍ଧି କରାଯାଇ ୩୦ଟି କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ OSDMA ର ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଥିଲେ।

CMO, CM MOHAN MAJHI, I&PR, BBSR

Leave a Reply

Your email address will not be published. Required fields are marked *