ବନେଶ୍ୱର, ୦୩/୧୧ : ଆସନ୍ତା ୪ ଓ ୧୧ ତାରିଖରେ ୟୁନିଟ-୫, ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି ।



