ଭୂବନେଶ୍ୱର, ୦୪/୧୧ : ଆସନ୍ତା ୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆଜି ରାଜ୍ୟରେ ପାଗ ପ୍ରାୟ ଶୁଖିଲା ରହିବ ଓ ଆସନ୍ତାକାଲି ଗଞ୍ଜାମ ଓ ପୁରୀ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
୬ ତାରିଖରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା ଓ କନ୍ଧମାଳ ଆଦି ଜିଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣ ବର୍ଷା ହେବ। ୭ ତାରିଖରେ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଆଦି ଜିଲାର କେତେକ ସ୍ଥାନରେ ବର୍ଷା ସମ୍ଭାବନା ରହିଥିବାବେଳେ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସ୍ଥାନେ ସ୍ଥାନେ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


