ଜିଲ୍ଲା ସ୍ତରୀୟ ମିଳିତ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ
ଅନୁଗୋଳ,ତା. ୦୪/୧୧ – ଆଜି ଜିଲ୍ଲାପାଳ ଶ୍ରୀ ଅବଦାଲ୍ ମୁହମ୍ମଦ ଅଖତରଙ୍କ ଅଧ୍ୟକ୍ଷତାରେ କିଶୋରନଗର ବ୍ଲକ୍ କାର୍ଯ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନଶୁଣାଣି ଶିବିରରେ ସମୁଦାୟ ୯୭ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ୯୨ଟି ବ୍ୟକ୍ତିଗତ ଓ ୫ଟି ଗ୍ରାମ୍ୟଭିଭିକ ଅଭିଯୋଗର ଶୁଣାଣି ହୋଇଥୁଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ବବିତା ପ୍ରଧାନ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଉଦୟ କୁମାର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଊନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ହେମନ୍ତ କୁମାର ସିଂହ, ଅତିରିକ୍ତ ଆରକ୍ଷୀ ଅଧୂକ୍ଷକ ଶ୍ରୀ ଅନିଲ କୁମାର ବେଊରିଆ, କିଶୋରନଗର ଗୋଷ୍ଠୀ ଊନ୍ନୟନ ଅଧିକାରୀ ଶ୍ରୀ ବିନୋଦ ବିହାରୀ ବେହେରା,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରିଣୀ ଶ୍ରୀମତୀ ପ୍ରତିଭା ବାରିକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିରୁପମା ପାଣି, ଡେପୁଟି କଲେକ୍ଟର ଶ୍ରୀ ଶୁଭେନ୍ଦୁ ଜେନା, ଜିଲ୍ଲା ଶ୍ରମ ଅଧୀକାରିଣୀ (କଲ୍ୟାଣ) ଶ୍ରୀମତୀ ଲିରିକା ରାୟଙ୍କ ସମେତ ବିଭିନ୍ନ ଜିଲ୍ଲା ସ୍ତରୀୟ ଓ ବ୍ଳକ୍ ସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ । ସେହିପରି ଅନୁଗୋଳ ଜିଲ୍ଲା କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରତାପ ପ୍ରୀତିମୟଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୪୫ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ଏହି ଶିବିରରେ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଯୋଗ ଦେଇଥିଲେ । ଏହି ଶିବିରକୁ ଆସିଥିବା ଲୋକମାନେ ଗ୍ରାମ୍ୟ ସମସ୍ୟା, ସ୍ବାସ୍ଥ୍ୟ, ଗ୍ରାମୀଣ ଆବାସ, ଜମିଜମା ସମ୍ବ,ନ୍ଧୀୟ,ବ୍ୟକ୍ତିଗତ ସମସ୍ୟା ସମେତ ବିଭିନ୍ନ ଅଭିଯୋଗ ଦାଖଲ କରିଥିଲେ ।



