ଭୂବନେଶ୍ୱର, ୧୨/୧୧ : ଦକ୍ଷିଣ – ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଆଗାମୀ ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା । ଉପକୂଳ ସମେତ ଓ ମୟୂରଭଂଜ, କେନ୍ଦୁଝରରେ ହାଲୁକା ବର୍ଷା ସମ୍ଭାବନା ଅଛି । ଆସନ୍ତାକାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ାରେ ମଧ୍ଯ ହାଲୁକା ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି।
ଆଜି ରାଜଧାନୀ ଏବଂ ଏହାର ଆଖପାଖ ଅଞ୍ଚଳର ପାଗ କୋହଲା ଥିବା ଦେଖିବାକୁ ମିଳିଛି। ୧୩ ଏବଂ ଆଗାମୀ ଦିନରେ ପାଗ ମୁଖ୍ୟତଃ ଶୁଖିଲା ରହିବ |ରାତିର ତାପମାତ୍ରା ୨-୪ ଡିଗ୍ରୀ ସେଲସିଅସ୍ ହ୍ରାସ ପାଇବାର ସମ୍ଭାବନା ରହିଛି |
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


