ଭୂବନେଶ୍ୱର, ୧୧/୧୧ : ନର୍ସିଂ ଅଧିକାରୀଙ୍କ ଡ୍ରେସ କୋଡ୍ ବଦଳାଇଲେ ରାଜ୍ୟ ସରକାର। ଏଣିକି ନୂତନ ପୋଷାକରେ ରହିବ ସମ୍ବଲପୁରୀ ଛିଟ। ନର୍ସିଂ ଅଧିକାରୀଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ଦେଖିବାକୁ ମିଳିବ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହିତ ଆଲୋଚନା ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ବରିଷ୍ଠ ନର୍ସିଂ ଅଧିକାରୀ ଈଷତ୍ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିବେ।
ସେହିପରି ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ କେୟନ ବ୍ଲୁ ରଙ୍ଗର ପୋଷାକ ହେବ। ଏହାବ୍ୟତୀତ ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ ଓ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ଧଳା ରଙ୍ଗର ପୋଷାକ କରାଯିବ। ଜେନେରାଲ ଓ୍ବାର୍ଡରେ କାର୍ଯ୍ୟରତ ନର୍ସ ଧଳା ରଙ୍ଗର ଆପ୍ରନ ପିନ୍ଧିବେ ବୋଲି ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


