ଭୂବନେଶ୍ୱର, ୧୨/୧୧ : ଭରତପୁର ଥାନାରେ କ୍ୟାପଟେନ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ମାମଲାରେ ହାଇକୋର୍ଟରେ ଶୁଣାଣି । ଏଥିପାଇଁ ରାଜ୍ୟ ସରକାର ଜାରି କଲେ ସ୍ବତନ୍ତ୍ର ଏସଓପି । ସେନା ଅଧିକାରୀଙ୍କୁ ଥାନାରେ ବ୍ୟବହାର ନେଇ ଏସଓପି ଜାରି କରାଯାଇଛି । ମାର୍ଚ୍ଚ ୩୧ ସୁଦ୍ଧା ସବୁ ଥାନାରେ ସିସିଟିଭି ଲଗାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦିଆଯାଇଛି।
ତଦନ୍ତ ଜାରି ରହିଥିବା ନେଇ ହାଇକୋର୍ଟଙ୍କୁ ଅବଗତ କରାଗଲା । ଆସନ୍ତା ମଙ୍ଗଳବାର ମାମଲାର ପରବର୍ତ୍ତୀ ଶୁଣାଣି ହେବ । ଥାନାରେ ସିସିଟିଭି ନେଇ ଏଡିଜିଙ୍କ ତରଫରୁ କୋର୍ଟରେ ତଥ୍ୟ ଉପସ୍ଥାପନ କରାଯାଇଛି । ବର୍ତ୍ତମାନ ସୁଦ୍ଧା ୯୬ ପ୍ରତିଶତ ଥାନାରେ ସିସିଟିଭି ଲାଗିଥିବା ଜାଣିବାକୁ ମିଳିଛି । ତେବେ ବାତ୍ୟା ଦାନା ପ୍ରଭାବିତ ହୋଇଥିବା ବିଲ୍ଡିଂ କିମ୍ବା କିଛି ନୂଆ ବିଲ୍ଡିଂରେ ସିସିଟିଭି ବ୍ୟବସ୍ଥା ଆରମ୍ଭ କରାଯାଇ ନାହିଁ ବୋଲି ମଧ୍ୟ କୁହାଯାଇଛି । ତେଣୁ ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ସମସ୍ତ ଫାଣ୍ଡିରେ ସିସିଟିଭି ବ୍ୟବସ୍ଥା ହୋଇଯିବ ବୋଲି କହିଛନ୍ତି ଏଡିଜି । ୨୦୨୫ ମାର୍ଚ୍ଚ ମାସ ଭିତରେ ସମସ୍ତ ଫାଣ୍ଡି ସିସିଟିଭି ତଳେ ଚାଲିବ ବୋଲି ସେ ପ୍ରକାଶ କରିଛନ୍ତି ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-1-scaled.jpg)


