ଭୂବନେଶ୍ୱର, ୨୭/୧୧ : ଆସନ୍ତା ୨୯ ତାରିଖରେ ବିଜୁ ପଟ୍ଟନାୟକ ଇଣ୍ଟରନ୍ୟାସନାଲ ଏୟାରପୋର୍ଟରୁ ରାଜଭବନ ପର୍ଯ୍ୟନ୍ତ ଆୟୋଜନ ଚାଲିବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୋଡ୍ ଶୋ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନେମୋହନ ସାମଲ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ପ୍ରଥମ ଥର ହେବାକୁ ଥିବା ୩ଦିନିଆ ଡିଜି ଓ ଆଇଜି ସମ୍ମିଳନୀରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ।
ସେଥିପାଇଁ ସେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଡିଜିପି ସମ୍ମିଳନୀରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ୨୯ ତାରିଖରେ ଓଡ଼ିଶା ଆସିବେ । ସେ ୩୦ ଓ ଡିସେମ୍ବର ୧ରେ ଡିଜିପି ସମ୍ମିଳନୀରେ ଭାଗ ନେବେ। ତାଙ୍କ ସହ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ଓ ଜାତୀୟ ସୁରକ୍ଷା ପରାମର୍ଶ ଦାତା ଅଜିତ ଡୋଭାଲ ମଧ୍ୟ ୩ ଦିନ ରହି କନଫରେନ୍ସରେ ଯୋଗଦେବେ।
ସମ୍ମିଳନୀ ଶେଷ ହେବା ଯାଏ ସମସ୍ତେ ଉପସ୍ଥିତ ରହିବେ । ୩ ଦିନିଆ ସମ୍ମିଳନୀରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ । ସରକାରଙ୍କ ବିଭିନ୍ନ ଏଜେଣ୍ଡା ସମ୍ପର୍କରେ ସେଠାରେ ଆଲୋଚନା ହେବ। ଏଥିପାଇଁ ଅତିଥି ରହିବା ସ୍ଥାନ, ମିଟିଂ ସ୍ଥାନରେ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-12-scaled.jpg)
