ଭୂବନେଶ୍ବର: ପୂର୍ବ ସରକାରରେ ଭୂତ ପାଉଥିଲେ ରାସନ । ମୃତ୍ୟୁ ପରେ ବି ହିତାଧିକାରୀଙ୍କ ନାଁରେ ଦିଆହୋଇଆସୁଛି ରାସନ । ଜଣେ କି ଦୁଇ ଜଣ ମୃତ ହିତାଧିକାରୀ ନୁହେଁ ମୋଟ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ରାସନ ପାଉଛନ୍ତି । ଇ-କେୱାଇସି ପ୍ରକ୍ରିୟାରୁ ମୃତ ହିତାଧିକାରୀଙ୍କ ବାବଦରେ ଜଣାପଡିଥିବା ଗୃହରେ ମନ୍ତବ୍ୟ ରଖିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
ଏନେଇ ଆଜି ଗୃହରେ ବିଧାୟକ ମାନସ କୁମାର ଦତ୍ତଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ମୋଟ ୩ କୋଟି ୩୬ ଲକ୍ଷ ୩୫ ହଜାର ୯୧୮ ରାସନ ହିତାଧିକାରୀ ରହିଥିବା ବେଳେ ଏଯାବତ୍ ୨ କୋଟି ୬୯ ଲକ୍ଷ ୨୩ ହଜାର ୮୩୦ ହିତାଧିକାରୀଙ୍କ କେୱାଇସି ଯାଞ୍ଚ ସାରିଲାଣି । ଏଥିସହିତ ୬ ଲକ୍ଷ ୧୯ ହଜାର ୮୩୬ ନୂଆ କାର୍ଡ ପାଇଁ ଆବେଦନ କରିଥିବା ବେଳେ ଅପେକ୍ଷାରେ ଅଛନ୍ତି । ମୋଟ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ଠାବ ହୋଇଥିବା ବେଳେ ସେମାନଙ୍କୁ କଟାଟାଇ ତାଙ୍କ ସ୍ଥାନରେ ନୂଆ ହିତାଧିକାରୀଙ୍କୁ ସାମିଲ କରାଯିବ ।ତେବେ ଭୂତ ହିତାଧିକାରୀଙ୍କ ବାବଦରେ ଜଣାପଡିବା ପରେ ପୁରା ତାଲିକାରେ ସଂଶୋଧନ କରାଯିବ । ଭୂତ ହିତାଧିକାରୀଙ୍କ ନାଁକୁ ତାଲିକାରୁ ହଟାଯାଇ ସେତିକି ଖାଲି ସ୍ଥାନରେ ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯିବ । ଏଥିସହିତ ଏହି ପ୍ରକ୍ରିୟା ଶୀଘ୍ର ଆରମ୍ଭ କରାଯାଇ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ ଯୋଗାଇଦେବା ପାଇଁ ବ୍ୟବସ୍ଥା କରାଯିବ ବୋଲି ଉତ୍ତର ରଖିଛନ୍ତି ମନ୍ତ୍ରୀ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-12-scaled.jpg)


