Spread the love

ଭୂବନେଶ୍ୱର, ୨୯/୧୧ : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଫେଞ୍ଜଲ’ । ଆସନ୍ତାକାଲି ଅପରାହ୍ନ ସୁଦ୍ଧା ତାମିଲନାଡୁ-ପୁଡୁଚେରୀ ଉପକୂଳ ଛୁଇଁବ । ଉପକୂଳ ଛୁଇଁବା ବେଳେ ପବନର ବେଗ ୭୦ରୁ ୮୦ କିମି ସମ୍ଭାବନା ରହିଛି। ଘଣ୍ଟାପ୍ରତି ୧୩ କିମି ବେଗରେ ମାଡି ଆସୁଛି ବାତ୍ୟା। ତାମିଲନାଡ଼ୁ ଓ ପୁଡୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ହେଉଛି।

ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେଉଛି। ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ ବୋଲି ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ହେଲେ ଏହାର ପ୍ରଭାବରେ ରାଜ୍ୟର ପାଗ କୋହଲା ରହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା । ଏହି ସବୁ ଜିଲ୍ଲା ଗୁଡିକର କିଛି କିଛି ଅଂଚଳମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଆକଳନ କରିଛି।

Leave a Reply

Your email address will not be published. Required fields are marked *