Spread the love

ଭୂବନେଶ୍ୱର,୦୫/୧୨ : ଆଜି ମହାରାଷ୍ଟ୍ରରେ ନୂତନ ମନ୍ତ୍ରୀ ପରିଷଦର ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେବେ । ଦେବେନ୍ଦ୍ର ଫଡନାଭିସଙ୍କ ନେତୃତ୍ୱରେ ନୂତନ ମନ୍ତ୍ରୀ ପରିଷଦ ଆଜି ଅପରାହ୍ନ ୫ ଟାରେ ମୁମ୍ବାଇର ଆଜାଦ ମଇଦାନରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଶପଥ ଗ୍ରହଣ କରିବେ। ମୁମ୍ବାଇରେ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ମଧ୍ୟରେ ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ଆଶା କରାଯାଉଛି।

ଫଡନାଭିସ୍ ତୃତୀୟ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହେବେ। ସେ ୨୦୧୪ ରେ ପ୍ରଥମ ଥର ପାଇଁ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଫଡନାଭିସ୍ ୨୦୧୯ ରେ ତାଙ୍କର ପାଞ୍ଚ ବର୍ଷ କାର୍ଯ୍ୟ ସମାପ୍ତ କରିଥିଲେ। ୨୦୨୨ ରୁ ୨୦୨୪ ପର୍ଯ୍ୟନ୍ତ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ସହଯୋଗରେ ଭାଜପା, ଶିବସେନା ଏବଂ ଏନସିପି ମିଳିତ ସରକାରରେ ଫଡନାଭିସ ଉପମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ନିକଟରେ ମହାରାଷ୍ଟ୍ରରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ​​ତିନି ଦଳୀୟ ମହାୟୁତି ମେଣ୍ଟ କ୍ଷମତା ବଜାୟ ରଖିଛି।

Leave a Reply

Your email address will not be published. Required fields are marked *