Spread the love

ଭୂବନେଶ୍ୱର, ୨୦/୧୨ : ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍ କରିଛି ତାହା ଜଣାପଡ଼ି ନାହିଁ। ବେଆଇନ ଅର୍ଥ କାରବାର ନେଇ ନିରଞ୍ଜନଙ୍କ ଘରେ ଇଡି ରେଡ୍‌ କରିଥିବା ସୂଚନା ରହିଛି।

ଆଜି ସକାଳ ପ୍ରାୟ ୭ଟାରୁ ଇଡିର ୮ରୁ ୧୦ଜଣ ଅଧିକାରୀ ନିରଞ୍ଜନଙ୍କ ଘରେ ପହଞ୍ଚି ଚଢ଼ାଉ କରିଥିଲେ। ନିରଞ୍ଜନ ଘର ଚାରିପଟେ ସିଆପିଏଫ ‍ଫୋର୍ସ ମୃତୟନ କରାଯାଇଛି। ନିରଞ୍ଜନଙ୍କ ନୟାପଲ୍ଲୀ ଘର ସମେତ ୩ଟି ସ୍ଥାନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ରହିଛି।

Leave a Reply

Your email address will not be published. Required fields are marked *