ଭୂବନେଶ୍ୱର, ୨୩/୧୨ : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ ପାଇଁ ଅଧିକ ଅର୍ଥର ଆବଶ୍ୟକତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି। ସେହିପରି ପୁଞ୍ଜି ନିବେଶ ପାଇଁ ସ୍ୱତନ୍ତ୍ର ଆର୍ଥିକ ସହାୟତା, ସହରୀକରଣ ପାଇଁ ମାଷ୍ଟରପ୍ଲାନ ସହାୟତା, ଦକ୍ଷିଣ ଓ ପଞ୍ଚିମ ଓଡ଼ିଶାର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି।
ଓଡ଼ିଶାରେ ପର୍ଯ୍ୟଟନ କ୍ଷେତ୍ରରେ ଅଧିକ ପୁଞ୍ଜି ନିବେଶ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଦେବାକୁ କେନ୍ଦ୍ରକୁ ନିବେଦନ କରିଛନ୍ତି ସିଏମ୍। ଏହାବ୍ୟତୀତ ଜଳ ଜୀବନ ମିଶନ ଅଧୀନରେ ଅଧିକ ଅର୍ଥ ଏବଂ ବାକି ପଡ଼ିଥିବା ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରବାକୁ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ରଖିଥିବା କହିଛନ୍ତି।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-25-scaled.jpg)

