
ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ନୂଆ ବର୍ଷ ପାଇଁ ବିଶେଷ ପୂଜର୍ଚ୍ଚନା। ସକାଳୁ ମଙ୍ଗଳ ଆଳତୀ, ମହାସ୍ନାନ, ବସ୍ତ୍ର, ତୁଳସୀ ହାର, ଫୁଲ ହାର, ପହିଲି ଭୋଗ ଲାଗି ହୋଇଥିଲା। ବଲ୍ଲଭ ଭୋଗ ଲାଗି, ଦଶଟା ବେଳେ ଖେଚୁଡ଼ି ଭୋଗ।ମଧ୍ୟାହ୍ନରେ ଅର୍ଣ୍ଣ ଧୂପ, ସଂଧ୍ୟା ବେଳେ ଆଳତୀ, ରାତ୍ର ରେ ରାତ୍ର ଧୂପ, ପରେ ପହଡ଼ ପଡ଼ିବ। ପୂଜକ ମଳୟ କର, ମନସୁମନ୍ ମିଶ୍ର,ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜମୋହନ ମୋହନ ମହାପାତ୍ର, କାହାଳୀଆ ଟିକନ ବେହେରା ଓ ଜୀମାଦାର ଶ୍ୟାମ ସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତି ରେ ଏହି ନୂଆ ବର୍ଷ ର ନୀତି ପାଳିତ ହୋଇଯାଇଛି।



