ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନାଢେଙ୍କାନାଳ, ୨୧/୧: ଢେଙ୍କାନାଳ ସହରସ୍ଥିତ ସୁଲକ୍ଷଣା ଦେବୀ ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଏକ ବିଦାୟକାଳୀନ ସଭାର ଆୟୋଜନ କରାଯାଇଥିଲା । ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଶ୍ରୀମତୀ ମିନତୀ ଦେହୁରୀ ଏହି ସଭାରେ ଅଧ୍ଯକ୍ଷତା କରିଥିଲେ ଏବଂ ପିଲାମାନେ କିପରି ଦଶମ ବୋର୍ଡ ପରୀକ୍ଷାରେ ସାସ୍ଥ୍ୟର ଯତ୍ନ ନେବା ସହିତ ପାଠପଢା ପ୍ରତି ସଚେତନ ରହିବେ ସେ ବିଷୟରେ ପରାମର୍ଶ ଦେଇଥିଲେ । ଏହି ସଭାରେ ନବମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିଦାୟ ଛାତ୍ରଛାତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ଦେଇ ସମ୍ବର୍ଦ୍ଧନା କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରଦୀପ୍ତ କୁମାର ମହାପାତ୍ର ଓ ବିଦ୍ୟାଳୟର ପୂର୍ବତନ ହିନ୍ଦୀ ଶିକ୍ଷୟିତ୍ରୀ ଶ୍ରୀମତୀ ଉର୍ମିଳା କର ସମ୍ମାନିତ ଅତିଥୁ ଭାବେ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ପରୀକ୍ଷାରେ କୃତିତ୍ୱ ଅର୍ଜନ କରିବା ପାଇଁ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକଶିକ୍ଷୟିତ୍ରୀ ଉପସ୍ଥିତ ରହି ଉକ୍ତ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ । ଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀ ଶ୍ରୀମତୀ ସର୍ମିଷ୍ଠା ଛାତ୍ରଛାତ୍ରୀମାନଙ୍କୁ ଉଦ୍ବୋଧନ ଦେବା ସହିତ ଧନ୍ୟବାଦ ଅର୍ପଣ ପୂର୍ବକ ସଭାସାଙ୍ଗ କରିଥିଲେ ।

August 2, 2026/
No Comments


