ଭୂବନେଶ୍ୱର: ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ କାର୍ଯ୍ୟକ୍ରମରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ହରିବାବୁ କମ୍ଭମପତି। ଜାତୀୟ ପତାକା ଉତ୍ତୋଳନ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଦିନ ମନ୍ତ୍ରୀ ଏବଂ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ତାଲିକା ପ୍ରକାଶ କରାଯାଇଛି।ଯେଉଁମାନେ କି ଜାନୁଆରୀ ୨୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପତାକା ଉତ୍ତୋଳନ କରିବେ।ସୂଚନା ଅନୁଯାୟୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ଜାତୀୟ ପତାକା ଉତ୍ତୋଳନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅନ୍ୟ ମନ୍ତ୍ରୀମାନଙ୍କୁ ୧୫ଟି ଜିଲ୍ଲାରେ ଦାୟିତ୍ୱ ଦିଆଯାଇଛି।ତେବେ ଆରଡିସିମାନେ କେନ୍ଦ୍ରାପଡା, ବ୍ରହ୍ମପୁର ଏବଂ ରାଉରକେଲାରେ ପତାକା ଉତ୍ତୋଳନ କରିବାକୁ ଥିବା ବେଳେ ବାକି ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପାଳମାନେ ଏହି ଦାୟିତ୍ୱ ସମ୍ପାଦନ କରିବେ।

January 17, 2026/
No Comments


