Spread the love

ଭୂବନେଶ୍ବର: ଫେବୃୟାରୀ ୩ ତାରିଖ ସୋମବାରରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ୱରର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜାନୁଆରୀ ୩୧ ତାରିଖ ତଥା ଶୁକ୍ରବାର ଦିନ ୧୧ଟାରୁ ଆରମ୍ଭ ହେବ ।

ତେବେ ସର୍ବାଧିକ ଏକ ହଜାର ଜଣ ପଞ୍ଜୀକରଣ କରିପାରିବେ । ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ ।

Leave a Reply

Your email address will not be published. Required fields are marked *