ଭୂବନେଶ୍ୱର, ୦୨/୦୨ : ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ଼ ସୂଚନା । ଆସନ୍ତା ୮ ତାରିଖରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ୩ ଓ ୪ ତାରିଖରେ ବ୍ୟାଙ୍କ କୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା ଅସୁବିଧା କିମ୍ବା ସମସ୍ୟା ରହିଛି ବ୍ୟାଙ୍କକୁ ଯାଇ ଆପଣ ସମାଧାନ କରିପାରିବେ ।
ଚତୁର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପି ପାରେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଚଳିତ ବର୍ଷ ମାର୍ଚ୍ଚ ୩୦ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ ବୋଲି କହିଛନ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ ୮ ଥିଲା କିନ୍ତୁ ମାର୍ଚ୍ଚ ୩୦ ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା । ଏଥିପାଇଁ ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି ।



