Spread the love

ଭୂବନେଶ୍ୱର: ମହିଳାଙ୍କ ଆକାଉଣ୍ଟକୁ ଆସିଲା ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ରାଜ୍ୟର ୧୮ ଲକ୍ଷରୁ ଅଧିକ ଯୋଗ୍ୟା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା । ଯାଜପୁରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ଯୋଗ ଦେଇ ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ସାରା ରାଜ୍ୟରେ ‘ସୁଭଦ୍ରା’ ହିତାଧିକାରୀଙ୍କ ସଂଖ୍ୟା ୯୮ ଲକ୍ଷ ଟପିବ ବୋଲି ଆଶା କରାଯାଉଛି।

ସୂଚନାଯୋଗ୍ୟ, ପୂର୍ବରୁ ୩.୩୮ ଲକ୍ଷ ହିତାଧିକାରୀଙ୍କ NPCI କ୍ଲିୟରାନ୍ସ ସମସ୍ୟା ଥିଲା। ସେମାନଙ୍କ ମଧ୍ୟରୁ ୬୮ ହଜାର ମହିଳାଙ୍କର ସମସ୍ୟା ସମାଧାନ ହୋଇଛି। ବାକି ଯେଉଁମାନଙ୍କର ସମସ୍ୟା ରହିଛି, ସେମାନଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ। ଏହାସହ ଯେଉଁମାନେ NPCIରେ ରହିଯିବେ ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ାଯିବ ବୋଲି ସୂଚନା ଦେଇଥିଲେ ଉପମୁଖ୍ଯମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୮ରେ ଯେଉଁମାନେ ଯୋଡି ହେବେ ସେମାନେ ଉଭୟ ପ୍ରଥମ କିସ୍ତି ଓ ଉଭୟ ଦ୍ବିତୀୟ କିସ୍ତିର ଟଙ୍କା ପାଇବେ ବୋଲି କହିଥିଲେ ଉପମୁଖ୍ଯମନ୍ତ୍ରୀ।

Leave a Reply

Your email address will not be published. Required fields are marked *

You missed