Spread the love

ଭୂବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ତିନି ଦଶନ୍ଧି ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ପତିଆରା ଜାହିର କରିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅଶୀ ଦଶକରେ ଥିଲେ ଏକ ଅପ୍ରତିଦ୍ୱନ୍ଦ୍ୱୀ ଚେହେରା ।

ତାଙ୍କର ହସ୍ପିଟାଲରେ ଭର୍ତ୍ତି ହେବାର ଖବର ପ୍ରସାରିତ ହେବା ପରେ, ଶୁଭେଚ୍ଛୁ ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଆଶୁଆରୋଗ୍ୟର କାମନା କରିଛନ୍ତି। ।ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ମୟୂରଭଞ୍ଜ ଜିଲ୍ଲାର ବାରିପଦାଠାରେ ଜନ୍ମିତ ଉତ୍ତମ ଏଯାବତ୍ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି । ୧୯୭୭ ମସିହାରେ ସେ ଅଭିମାନ କଥାଚିତ୍ରରୁ ଅଭିନେତା ଜୀବନ ଆରମ୍ଭ କରିଥିଲେ । ଏହାପରେ ଉତ୍ତମ ତାଙ୍କ ପାଠପଢ଼ାରେ ବ୍ୟସ୍ତ ରହିଲେ ଏବଂ ତିନିବର୍ଷ ପରେ ପୁଣି ତାଙ୍କ ପତ୍ନୀ ଅପରାଜିତା ମହାନ୍ତିଙ୍କ ସହ ଚଳଚ୍ଚିତ୍ର ଜରିଆରେ କଥାଚିତ୍ରରେ ଅଭିନୟ କରିବା ଆରମ୍ଭ କରିଥିଲେ ।ଗୋଟିଏ ପରେ ଗୋଟିଏ ଫିଲ୍ମ କରି ଓଲିଉଡରେ ଏକ ନୂଆ ଟ୍ରେଣ୍ଡ ସେଟ୍ କରିଥିଲେ ଉତ୍ତମ । ବର୍ତ୍ତମାନ ଯାଏଁ ୧୩୫ରୁ ଅଧିକ ଫିଲ୍ମରେ ଅଭିନୟ କରିସାରିଛନ୍ତି ଉତ୍ତମ ମହାନ୍ତି । ଯେଉଁଥିରେ ତାଙ୍କର ନିଖୁଣ ଅଭିନୟ ପାଇଁ ସବୁବେଳେ ଦର୍ଶକଙ୍କ ହୃଦୟରେ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଛି । କଲେଜ ସମୟରୁ ସେ ଅଭିନୟ ପ୍ରତି ଆଗ୍ରହୀ ଥିଲେ। ସେ ଶ୍ରେଷ୍ଠ ଅଭିନେତା ଭାବରେ ଓଡ଼ିଆ ଫିଲ୍ମଫେୟାର ପୁରସ୍କାର ଏବଂ ଅନେକ ପୁରସ୍କାର ଜିତିଛନ୍ତି।

Leave a Reply

Your email address will not be published. Required fields are marked *

You missed