Spread the love

ଭୂବନେଶ୍ବର,୧୧/୨ : ଓଡ଼ିଶା କଂଗ୍ରେସର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସାଧାରଣ ସଂପାଦକ କେସି ବେଣୁଗୋପାଳ ମଙ୍ଗଳବାର ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି।

ନିଯୁକ୍ତି ହେଲା ପରେ ଭକ୍ତ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟାରେ କହିଛନ୍ତି, ଯୁବ ଓ ବରିଷ୍ଠଙ୍କୁ ନେଇ କାମ କରିବି। କଂଗ୍ରେସକୁ ଆନ୍ଦୋଳନ ଜରିଆରେ ଘରେ ପହଞ୍ଚାଇବୁ। ସମସ୍ତେ ମୋତେ ସହଯୋଗ କରିବେ ବୋଲି ଆଶା କରୁଛି। ଗାନ୍ଧି ପରିବାର ମୋତେ ପୂର୍ବରୁ ଅନେକ ଦାୟିତ୍ବ ଦେଇଛନ୍ତି।

Leave a Reply

Your email address will not be published. Required fields are marked *