ଭୂବନେଶ୍ବର: ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର ଶବର ଓ ଯାଜପୁର ପାଇଁ ଦେବଯାନୀ ପ୍ରଧାନଙ୍କୁ ସଭାପତି ଭାବେ ଘୋଷଣା କରିଛି। ସେହିପରି ଝାରସୁଗୁଡ଼ା ପାଇଁ ରଘୁନନ୍ଦନ ପଣ୍ଡା, କନ୍ଧମାଳ ପାଇଁ ପଣ୍ଡିତ କୁମାର ବିସ୍ମାଝୀ, ଖୋର୍ଦ୍ଧା ପାଇଁ ବିଶ୍ବରଞ୍ଜନ ବଡ଼ଜେନା, କୋରାପୁଟ ପାଇଁ ଶିବ ମୁଦୁଲି ଓ ନୟାଗଡ଼ ପାଇଁ ତାପସ ରଞ୍ଜନ ମାର୍ଥା, ରାୟଗଡା ପାଇଁ ଗୋପି ଆନନ୍ଦ, ସୁବର୍ଣ୍ଣପୁର ପାଇଁ ବେଣୁଧର ଦାଶ ଓ ରାଉରକେଲା ପାଇଁ ପୂର୍ଣ୍ଣିମା କେର୍କେଟାଙ୍କୁ ବିଜେପି ଜିଲ୍ଲା ସଭାପତି କରିଛି।
ସୂଚନାଯୋଗ୍ୟ, ଗତ ୨୫ ତାରିଖରେ ପ୍ରକାଶ ପାଇଥିଲା ୨୩ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରିଥିଲା ବିଜେପି। ତେବେ ୩୭ ସାଙ୍ଗଠନିକ ଜିଲ୍ଲା ମଧ୍ୟରୁ ପୂର୍ବରୁ ୨୩ ଓ ଏବେ ୧୩କୁ ମିଶାଇ ମୋଟ ୩୬ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କରିଛି ଦଳ। ଏବେ ସୁଦ୍ଧା ସମ୍ବଲପୁର ପାଇଁ ଜିଲା ସଭାପତିଙ୍କ ନାମ ଘୋଷଣା କରାଯାଇ ନାହିଁ । ରାଜ୍ୟର ଅନ୍ୟ ଜିଲ୍ଲା ମାନଙ୍କରେ ସଭାପତିଙ୍କ ନାମ ଘୋଷଣା କରାଯାଇଥିବା ବେଳେ ସମ୍ବଲପୁରକୁ କାହିଁକି ବିଳମ୍ବ କରୁଛି ଦଳ ? ଅନ୍ୟପଟେ ସମ୍ବଲପୁର ପାଇଁ କିଏ ଜିଲ୍ଲା ସଭାପତି ହେବେ ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଗତ ୧୩ ତାରିଖ ଦିନ ଓଡ଼ିଶା ବିଜେପିର କୋର କମିଟି ବୈଠକ ହୋଇଥିଲା। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୂଘ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ।



![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-26-scaled.jpg)